ଗୃହରକ୍ଷୀଙ୍କ ଦୈନିକ ଭତା ବୃଦ୍ଧି ,୬୩୯ରୁ ହେଲା ୬୫୦ ଟଙ୍କା

ଭୁବନେଶ୍ୱର,୧୦/୦୬/୨୦୨୬ (ଓଡ଼ିଶା ସମାଚାର)- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଗୃହରକ୍ଷୀମାନଙ୍କ ଦୈନିକ ଭତା (ଡିସିଏ) ୬୩୯ ଟଙ୍କାରୁ ୬୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି  । ଏହି ବର୍ଦ୍ଧିତ ଭତା ୨୦୨୬ ଜାନୁଆରୀ ୧ ତାରିଖରୁ ଲାଗୁ ହେବ ।

ସୂଚନାଯୋଗ୍ୟ ଯେ, ୨୦୨୫ ଜୁଲାଇ ପହିଲାରେ ଗୃହରକ୍ଷୀଙ୍କ ଦୈନିକ ଭତା୬୨୩ରୁ ୬୩୯ ଟଙ୍କାକୁ ବୃଦ୍ଧି କରାଯାଇଥିଲା  । ଇତିମଧ୍ୟରେ ରାଜ୍ୟ ସରକାରଙ୍କ ନିୟମିତ କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ଅତିରିକ୍ତ ମହଙ୍ଗା ଭତା ୨୦୨୬ ଜାନୁଆରୀ ପହିଲାରୁ ବୃଦ୍ଧି କରିଛନ୍ତି  । ଏସବୁକୁ ଦୃଷ୍ଟିରେ ରଖି ଗୃହରକ୍ଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତି ନେଇଛନ୍ତି ।

Leave a Reply

Your email address will not be published. Required fields are marked *