ପୁରୀ,୧୩/୦୬/୨୦୨୬ (ଓଡ଼ିଶା ସମାଚାର)-ଓଡ଼ିଶାରରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଶନିବାର ରାଜ୍ୟର ପ୍ରଥମ ମହିଳା ଡକ୍ଟର ଜୟଶ୍ରୀ କମ୍ଭମପାଟିଙ୍କ ସହ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରରେ ପହଂଚିବା ପରେ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)ର ମୁଖ୍ୟ ପ୍ରଶାସକ ଅରବିନ୍ଦ କୁମାର ପାଢ଼ୀ ଏବଂ ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ । ରାଜ୍ୟପାଳ ମହାପ୍ରଭୁ ଶ୍ରୀଜଗନ୍ନାଥ, ପ୍ରଭୁ ଶ୍ରୀବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଦର୍ଶନ କରି ଓଡ଼ିଶାର ନିରନ୍ତର ଶାନ୍ତି, ପ୍ରଗତି ଓ ସମୃଦ୍ଧି ସହ ରାଜ୍ୟବାସୀଙ୍କ କଲ୍ୟାଣ କାମନା କରିଥିଲେ । ଦର୍ଶନ ପରେ ରାଜ୍ୟପାଳ ମନ୍ଦିର ପରିସରର ବିଭିନ୍ନ ସ୍ଥାନ ପରିଦର୍ଶନ କରିଥିଲେ । ଏହି ଅବସରରେ ମୁଖ୍ୟ ପ୍ରଶାସକ ଶ୍ରୀ ପାଢ଼ୀ ଓ ଜିଲାପାଳ ଶ୍ରୀ ପରିଡ଼ା ରାଜ୍ୟପାଳଙ୍କୁ ମନ୍ଦିର ପ୍ରଶାସନ, ପରିଚାଳନା ଏବଂ ଭକ୍ତମାନଙ୍କ ପାଇଁ କରାଯାଉଥିବା ବିଭିନ୍ନ ସୁବିଧା ସମ୍ପର୍କରେ ଅବଗତ କରାଇଥିଲେ ।
ଶ୍ରୀଜଗନ୍ନାଥ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ
