୧୬ ଜୁନ୍ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମ

ଜଗତସିଂହପୁର, ୧୫/୦୬/୨୦୨୬ (ଓଡ଼ିଶା ସମାଚାର)- ରାଜ୍ୟ ସରକାର ଙ୍କ ନିର୍ଦ୍ଦେଶ କ୍ରମେ ଏପ୍ରିଲ୍ ୧୦ ତାରିଖରୁ ଜିଲ୍ଲାରେ ଆରମ୍ଭ ହୋଇଥିବା  ସକାଳୁଆ ଅଫିସ  ଅବଧି ଶେଷ ହୋଇଛି।

ଆସନ୍ତା କାଲି ଜୁନ୍ ୧୬ ତାରିଖ ରୁ ପୁନଃ ଦିବା ୧୦ ଘଟିକାରୁ ସମସ୍ତ କାର୍ଯ୍ୟଳୟ ଚାଲିବ।ଏହି ପରିପ୍ରେକ୍ଷୀରେ ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଆସନ୍ତା କାଲି ୧୬ ଜୁନ୍ ୨୦୨୬   ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ   ସକାଳ ୧୦ ଘଟିକା ଠାରୁ ଅପରାହ୍ନ ୧ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।  ଶୁଣାଣି ଶିବିର ରେ ଜିଲ୍ଲାର ଜନସାଧାରଣ ବହୁ ସଂଖ୍ୟାରେ ଯୋଗ ଦେବା ପାଇଁ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *