ଯାଜପୁର,୧୮/୦୬/୨୬(ଓଡ଼ିଶା ସମାଚାର)- : ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଟେବୁଲ୍ ଟପ୍ ଅଭ୍ୟାସ ୨୦୨୬ ଅନୁଷ୍ଠିତ ହୋଇଛି। ଉପଜିଲ୍ଲାପାଳ ତାପସ ରଞ୍ଜନ ଦେହୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣର ଅଧିକାରୀ ଜୟଜଗତ ସାହୁ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଅଶୋକ ବେହେରା, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏଥିରେ ବନ୍ୟା ଓ ବାତ୍ୟା ଭଳି ବିପର୍ଯ୍ୟୟର ମୁକାବିଲା କରିବା ପାଇଁ ପୂର୍ବ ପ୍ରସ୍ତୁତି ଏବଂ ପୂର୍ବାଭ୍ୟାସ କରାଯାଇଥିଲା।
ଏହାସହ ବ୍ଲକ୍ ସ୍ତରରେ ମଧ୍ୟ ଅଭ୍ୟାସ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ଆସନ୍ତାକାଲି ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳୀରେ ମକଡ୍ରିଲ ଅନୁଷ୍ଠିତ ହେବ। ଜିଲ୍ଲାପାଳ ଅମ୍ବର କୁମାର କରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ଅଶୋକ ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏଥିରେ ଓଡ଼୍ରାଫ୍ କର୍ମଚାରୀ ଏବଂ ପ୍ରଶାସନର ବିଭିନ୍ନ ବିଭାଗର ଅଧିକାରୀଗଣ ଯୋଗ ଦେଇଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ସୌଜନ୍ୟ ରୁ
