କଟକ ଇନଡୋର ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ

କଟକ ସଦର, ୨୧/୦୬/୨୦୨୬ (ଓଡ଼ିଶା ସମାଚାର /ବିଷ୍ଣୁ ବେହେରା): ‘ଯୋଗ କର ରୋଗ ହର’ବାର୍ତ୍ତା ନେଇ ଆଜି ରବିବାର ସକାଳେ କଟକ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ଏଥିରେ ରାଜ୍ୟ ବିଜେପି ସଭାପତି ତଥା ରାଜ୍ୟସଭା ସାଂସଦ ମନମୋହନ ସାମଲ, କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଉସାହେଵ୍ ସିନ୍ଧେ, କଟକ ସଦର ବିଧାୟକ ପ୍ରକାଶ ଚନ୍ଦ୍ର ସେଠୀ,ସିଏମସି କମିଶନର କିରଣଦୀପ କଉର ସହୋଟା, ଅଭିନେତା ଶ୍ରୀତମ ଦାସ  ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଯୋଗାଭ୍ୟାସ କରିନିରୋଗ ରହିବା ପାଇଁ ଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ।

Leave a Reply

Your email address will not be published. Required fields are marked *