ଜଗତସିଂହପୁର, ୨୨/୦୬/୨୦୨୬ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପରିସ୍ଥ ଅଧିକାରୀ ମାନେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୭୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୭୪ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୫ ଟି। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମ୍ବନ୍ଧୀୟ ୫ ଟି, ଆବାସ ସମ୍ପର୍କୀୟ ୨୫ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୯ ଟି, ପୋଲିସ ସହାୟତା ପାଇବା ପାଇଁ ୧ ଟି, ଭତ୍ତା ପାଇବା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୧୦ ଟି ଅଭିଯୋଗର ଶୁଣାଣି କରାଯାଇଥିଲା।
୧୧ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜଗତସିଂହପୁର ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ତହସିଲଦାର,ବିଡ଼ିଓ ବାଲିକୁଦା ଶ୍ରୀ ବିଦ୍ୟାଧର ଦଣ୍ଡପାଟ, ତହସିଲଦାର ବାଲିକୁଦା ଶ୍ରୀ ବିକାଶ ରଞ୍ଜନ,ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ ସୌଜନ୍ୟ ରୁ
