ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା

ପୁରୀ,୩୦/୦୬/୨୦୨୬ (ଓଡ଼ିଶା ସମାଚାର)-ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ଓଡ଼ିଶାର କଳା, ସଂସ୍କୃତି ଓ ପର୍ୟ୍ୟଟନର ପ୍ରଚାର ପ୍ରସାର ଉପରେ ଆଲୋଚନା ହୋଇଛି । ସୌଜନ୍ୟମୂଳକ ସାକ୍ଷାତକାର ସହ ସମ୍ମାନ ଓ ସ୍ୱୀକୃତି ସ୍ୱରୂପ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ପୁରୀରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାସଭବନ ପରିଦର୍ଶନ କରିଛନ୍ତି ।

ରୁଷିଆରେ ଅନୁଷ୍ଠିତ ପ୍ରତିଷ୍ଠିତ ‘ରୁଷିଆ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ୍ ୨୦୨୬’ ଜିତିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ପରିଦର୍ଶନ ସମୟରେ ମୁଖ୍ୟମନ୍ତ୍ରୀ ବାଲୁକା କଳା କ୍ଷେତ୍ରରେ ସୁଦର୍ଶନ ପଟ୍ଟନାୟକଙ୍କ ଅସାଧାରଣ ସଫଳତା ଏବଂ ଓଡ଼ିଶା ତଥା ଭାରତ ପାଇଁ ଆନ୍ତର୍ଜାତୀୟ ସ୍ତରରେ ଗୌରବ ଆଣିଦେଇଥିବାରୁ ତାଙ୍କର ଉଚ୍ଚ ପ୍ରଶଂସା କରିଥିଲେ ।

ଏଥିସହ ସେ ଶିଳ୍ପୀଙ୍କ ଜାତୀୟ ଓ ଅନ୍ତର୍ଜାତୀୟ ପୁରସ୍କାର ସଂଗ୍ରହକୁ ମଧ୍ୟ ବୁଲି ଦେଖିଥିଲେ । ମୁଖ୍ୟମନ୍ତ୍ରୀ ଏବଂ ଶିଳ୍ପୀଙ୍କ ମଧ୍ୟରେ ଓଡ଼ିଶାର କଳା, ସଂସ୍କୃତି ଓ ପର୍ଯ୍ୟଟନର ପ୍ରଚାର ପ୍ରସାର ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ବିଶ୍ୱ ଦରବାରରେ ରାଜ୍ୟର ସମୃଦ୍ଧ କଳାକୃତିର ସଂରକ୍ଷଣ ଏବଂ ପ୍ରୋତ୍ସାହନର ଆବଶ୍ୟକତା ଉପରେ ଏହି ଅବସରରେ ଗୁରୁତ୍ୱାରୋପ କରାଯାଇଥିଲା ।

Leave a Reply

Your email address will not be published. Required fields are marked *