ଭୁବନେଶ୍ୱର,୦୧/୦୭/୨୦୨୬ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୩ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ଉଚ୍ଚଶିକ୍ଷା ବିଭାଗ ସମ୍ପର୍କିତ ପାରିତ ଗୋଟିଏ ପ୍ରସ୍ତାବ ଏବଂ ଅବଶିଷ୍ଟ ଅନୁମୋଦିତ ୧୧ଟି ପ୍ରସ୍ତାବ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
ବୈଠକରେ ୮ ଟି ବିଭାଗର ୧୨ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ଉଚ୍ଚଶିକ୍ଷା ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିଭାଗର ୨ ଟି, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ୧ଟି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ୧ଟି, ନିର୍ମାଣ ବିଭାଗର ୨ଟି, ଜଳସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୧ଟି, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ବିଭାଗର ୧ଟି ଏହିପରି ୮ଟି ବିଭାଗର ମୋଟ ୧୨ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
-0-
ପଠାଣି ରାଉତ ,ମୁଖ୍ୟ ଶାସନ ସଚିବ ଙ୍କ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
