ଜଗତସିଂହପୁର, ୦୬/୦୭/୨୦୨୬ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ। ଆଜି ମୋଟ ୧୬୨ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୪୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୪ ଟି। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୮ ଟି, ଆବାସ ପାଇଁ ୬୭ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୧୬ ଟି, ଭତ୍ତା ପାଇବା ପାଇଁ ୧୫ ଟି, ପୋଲିସ ସହାୟତା ପାଇଁ ୩ ଟି ଏବଂ ଅନ୍ୟାନ୍ୟ ୩୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୮ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା। ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ,ଜଗତସିଂହପୁର,ଶ୍ରୀ ଜ୍ୟୋତି ଶଙ୍କର ରାୟ, ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ,ରଘୁନାଥପୁର, ଶ୍ରୀ ବିରଞ୍ଚି ନାରାୟଣ ବେହେରା, ତହସିଲଦାର, ରଘୁନାଥପୁର, ଶ୍ରୀମତୀ ରାଜଲକ୍ଷ୍ମୀ ନାୟକ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
