ସେକ୍ଟର ଅଫିସର ଓ ସେକ୍ଟର ପୋଲିସ ଅଫିସରଙ୍କ ପ୍ରଶିକ୍ଷଣ ଶିବିର

କେନ୍ଦ୍ରାପଡ଼ା,୦୯/୦୨/୨୦୨୪(ଓଡ଼ିଶା ସମାଚାର)- କେନ୍ଦ୍ରାପଡ଼ା ଜିଲାରେ ୨୦୨୪ ସାଧାରଣ ନିର୍ବାଚନକୁ ମୁକ୍ତ, ଅବାଧ ଓ ନିରପେକ୍ଷ କରିବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସର୍ ମାନଙ୍କ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜିଲା ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛ । ଜିଲାପାଳ  ସୂର୍ଯ୍ୟବଂଶୀ ମୟୂର ବିକାଶ ଓ ଜିଲା ଆରକ୍ଷୀ ଅଧୀକ୍ଷକ ବି. ଯୁଗଳ କିଶୋର ପ୍ରଦୀପ ପ୍ରଜ୍ଜ୍ୱଳନ କରି ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିଥିଲେ । ନିର୍ବାଚନ କିମିଶନ୍ ଙ୍କ ନିର୍ଦ୍ଧେଶ ଅନୁଯାୟୀ ନିର୍ବାଚନ କାର୍ଯ୍ୟକ୍ରମ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ଜିଲାପାଳ ସମସ୍ତଙ୍କୁ ଆହ୍ୱାନ ଜଣାଇଥିଲେ । ଭଲନରେବିଲିଟି ମ୍ୟାପିଙ୍ଗ୍ ବା ବିପଦଶଙ୍କୁଳ ବୁଥ୍ ଚିହ୍ନଟିକରଣ ଉପରେ ପିପିଟି ଯୋଗେ ସମସ୍ତଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା । ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସରମାନଙ୍କ ଦାୟିତ୍ୱ ଓ କର୍ତବ୍ୟ ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିଥିଲେ ଅତିରିକ୍ତ ଜିଲାପାଳ (ସାଧାରଣ) ପୀତାମ୍ବର ସାମଲ । ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ (ରାଜସ୍ୱ) ନିଲୁ ମହାପାତ୍ର, ଉପଜିଲାପାଳ ରବିନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପ-ଜିଲାପାଳ ଅଶୋକ କୁମାର ଦାସ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭିକ ସୂଚନା ଓ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ଡେପୁଟି କଲେକ୍ଟର (ନିର୍ବାଚନ) ରମେଶ ଚନ୍ଦ୍ର ପଣ୍ଡା । ଏହି କାର୍ଯ୍ୟକ୍ରମରେ ଜିଲାର ସମସ୍ତ ସେକ୍ଟର ଅଫିସର ଓ ସେକ୍ଟର ପୋଲିସ୍ ଅଫିସରମାନେ୍ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *