ଜଗତସିଂହପୁର,୧୩/୦୭/୨୦୨୬ (ଓଡ଼ିଶା ସମାଚାର)-ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
ଆଜି ମୋଟ ୨୦୩ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୯୨ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୪୧ ଟି, ଆବାସ ଯୋଜନା ସମ୍ପର୍କୀୟ ୬୯ ଟି,ଜମିଜମା ସମସ୍ୟା ସମ୍ପର୍କୀୟ ୧୭ ଟି, ଭତ୍ତା ପାଇବା ପାଇଁ ୧୧ ଟି,ପୋଲିସ ସହାୟତା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୪୧ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୯ ଟି ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା ।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଙ୍କିତ କୁମାର ବର୍ମା, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଜ୍ୟୋତି ଶଙ୍କର ରାୟ,ମୁଖ୍ୟ ବିକାଶ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଶ୍ରୀ ଅକ୍ଷୟ ପିଲ୍ଲେ, ଉପ ଜିଲ୍ଲାପାଳ ଶ୍ରୀ ପ୍ରଶାନ୍ତ କୁମାର ତରାଇ, ବ୍ଲକ୍ ଉନ୍ନୟନ ଅଧିକାରୀ, ତିର୍ତ୍ତୋଲ ଶ୍ରୀ ଗିରିଜା ଶଙ୍କର ମଲ୍ଲିକ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ୍ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗ ର ଶୁଣାଣି କରିଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
