ଭୁବନେଶ୍ୱର, ୧୦/୦୨/୨୦୨୪ (ଓଡ଼ିଶା ସମାଚାର)- ଖଲ୍ଲିକୋଟ ରାଣୀ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ ହୋଇଯାଇଛି। ତାମିଲନାଡୁର ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଯାଇଛି। ଗତକାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ପହଂଚି ଖଲ୍ଲିକୋଟ ଓ କବିସୂର୍ୟ୍ୟନଗରର ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ସାହେବା ଭି. ସୁଜ୍ଞାନ କୁମାରୀ ଦେଓଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଥିଲେ । ମୁଖ୍ୟ ମନ୍ତ୍ରୀ ଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, ୫T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ସ୍ଥିତ ଆପୋଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କୁ ଦେଖିଥିଲେ ।
ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପରଲୋକ
