କେ.ଏନ.ଡି.ଏ ସମ୍ମିଳନୀ କକ୍ଷ, ବ୍ୟାସନଗର ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ଯାଜପୁର, ୧୩/୦୭/୨୦୨୬ (ଓଡ଼ିଶା ସମାଚାର)-ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କେ.ଏନ୍.ଡି.ଏ  ସମ୍ମିଳନୀ କକ୍ଷ ବ୍ୟାସନଗର ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି  ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ମୋଟ ୨୭ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୧୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ ୦୨ ଗୋଟି, ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୧୦ ଗୋଟି  ଅଭିଯୋଗର ଶୁଣାଣି  କରାଯାଇଥିଲା। ୧୦ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।

ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର ଶ୍ରୀ ୟଶପ୍ରତାପ ଶ୍ରୀମାଲ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ କଳିଙ୍ଗନଗର ଶ୍ରୀ ସପନ କୁମାର ନନ୍ଦ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଦେବୀ ପ୍ରସାଦ ମହାନ୍ତି, ,ଭାରପ୍ରାପ୍ତ ତହସିଲଦାର , ବ୍ୟାସନଗର ଶ୍ରୀ ପ୍ରଶାନ୍ତ କୁମାର ପୁହାଣ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।

-0-

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *