କ୍ୟାବିନେଟ୍ ବୈଠକ ସମ୍ପର୍କରେ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର,୧୪/୦୭/୨୦୨୬(ଓଡ଼ିଶା ସମାଚାର/ରଜତ ମହାପାତ୍ର)-ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୪ତମ  ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ  ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ   ହୋଇଯାଇଛି  । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ  କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।      ବୈଠକରେ ୭ ଟି ବିଭାଗର ୧୩ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।

ଜଳ ସମ୍ପଦ ବିଭାଗର ୧ଟି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧ଟି, ସମବାୟ ୧ଟି, କୃଷି ଓ କୃଷକ ସଶକ୍ତି କରଣ ୧, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ୧, ରାଜସ୍ବ ୧ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ୭ଟି ଏହିପରି ମୋଟ ୭ଟି ବିଭାଗର ମୋଟ ୧୩ ଟି ପ୍ରସ୍ତାବ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି  । ଗ୍ରାମ୍ୟ ଉନ୍ନୟନ ବିଭାଗର ସର୍ବାଧିକ ୭ଟି ପ୍ରସ୍ତାବ ପାରିତ ହୋଇଛି ।

-0-

ପଠାଣି ରାଉତ  ,ମୁଖ୍ୟ ଶାସନ ସଚିବଙ୍କ ଲୋକ ସଂପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

()

Leave a Reply

Your email address will not be published. Required fields are marked *