ବେଙ୍ଗାପସାଗରରେ ଲଘୁଚାପ – ପୁରୀ, ଜଗତସିଂହପୁରକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର,୧୫/୦୭/୨୦୨୬(ଓଡ଼ିଶା ସମାଚାର)- ଉତର-ପଶ୍ଚିମ ବେଙ୍ଗାପସାଗର ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ଆସନ୍ତା କାଲି ବି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯାହାକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ପୁରୀରେ ହୋଇଛି ପ୍ରବଳରୁ ଅତି ପ୍ରବଳ ବର୍ଷା । ପୁରୀ ଜିଲାରେ ୧୬୮ ମିଲିମିଟର ବର୍ଷା ରେକର୍ଡ ହୋଇଛି ।
ପୁରୀ ଜିଲ୍ଲା ସହ ଜଗତସିଂହପୁର ଜିଲାକୁ ମଧ୍ୟ ଜାରି ହୋଇଛି ରେଡ୍ ୱାର୍ଣ୍ଣିଂ । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

Leave a Reply

Your email address will not be published. Required fields are marked *