ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଶୋକ

ଭୁବନେଶ୍ୱର,୧୦/୦୨/୨୦୨୪ (ଓଡ଼ିଶା ସମାଚାର)- ଭି. ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ସାଧାରଣ ଉଦ୍ୟୋଗ, ବିଜ୍ଞାନ ଓ କାରିଗରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଗଭୀର ଶୋକ ପ୍ରକାଶ କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ଉଦ୍ଦେଶ୍ୟରେ ସମବେଦନା ଜ୍ଞାପନ କରିଛନ୍ତି  ।

ମନ୍ତ୍ରୀ ଶ୍ରୀ ପଣ୍ଡା ପରଲୋକଗତ ବିଧାୟିକାଙ୍କୁ ଜଣେ ସରଳ, ନୀତିନିଷ୍ଠ ଓ ପରୋପକାରୀ ନେତ୍ରୀ ଭାବରେ ଅଭିହିତ କରିଛନ୍ତି. ।

Leave a Reply

Your email address will not be published. Required fields are marked *