ଭୁବନେଶ୍ୱର,୧୭/୦୭/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)-ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥ । ଅସୁସ୍ଥତା କାରଣରୁ ସେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି ।
ବିରୋଧୀ ଦଳ ନେତା ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ପ୍ରଫୁଲ୍ଲଙ୍କ ଉତ୍ତମ ସ୍ବାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମରେ ନବୀନ ଲେଖିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ ସାମଲ ଅସୁସ୍ଥତା କାରଣରୁ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଷୟରେ ଜାଣିବାକୁ ପାଇଲି । ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଆଶୁଆରୋଗ୍ୟ କାମନା କରୁଛି ।

https://x.com/Naveen_Odisha/status/2078076291623108621?
ସେହିପରି ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା, ପ୍ରମିଳା ମଲ୍ଲିକ, ବ୍ୟୋମକେଶ ରାୟ, ସଞ୍ଜୀବ ମଲ୍ଲିକ ମେଡିକାଲରେ ଭେଟି ତାଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି ।
