ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ସ୍କୁଟି ପିଟି ହୋଇଯିବାରୁ ଜଣେ ମୃତ, ଆଉ ଜଣେ ଗୁରୁତର ଆହତ

ଖଲ୍ଲିକୋଟ,୧୯/୦୭/୨୦୨୬ (ଓଡ଼ିଶା ସମାଚାର)- ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ସ୍କୁଟିଟି ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯିବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି। ମୁକୁନ୍ଦପୁର ଛକ ନିକଟରେ ଘଟିଥିବା ଏହି ଦୁର୍ଘଟଣା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ସୂଚନା ଅନୁସାରେ, ଖଲ୍ଲିକୋଟର ସୁମିତ ନାୟକ ଓ ସୁରେଶ ଦାସ ସାନଘାଟି ଅଞ୍ଚଳରୁ ସ୍କୁଟି ଯୋଗେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ମୁକୁନ୍ଦପୁର ଛକ ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ଖୁବ୍ ଜୋରରେ ପିଟି ହୋଇଥିଲା। ଫଳରେ ଉଭୟ ଯୁବକ ଗୁରୁତର ଆହତ ହୋଇ ରାସ୍ତା ଉପରେ ପଡ଼ି ରହିଥିଲେ।ସ୍ଥାନୀୟ ଲୋକେ ତୁରନ୍ତ ଉଭୟଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ମେଡିକାଲକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ସୁରେଶ ଦାସଙ୍କ ମୃତ୍ୟୁ ଘଟିଥିଲା।

ଅନ୍ୟପଟେ ଗୁରୁତର ଆହତ ସୁମିତ ନାୟକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ନେଇ ପୁଲିସ ତଦନ୍ତ ଜାରି ରଖିଛି। ଏହି ଘଟଣା ପରେ ମୃତକଙ୍କ ପରିବାରରେ ଶୋକର ପରିବେଶ ସୃଷ୍ଟି ହୋଇଥିବାବେଳେ ସମଗ୍ର ଖଲ୍ଲିକୋଟ ଅଞ୍ଚଳରେ ମଧ୍ୟ ଶୋକର ଛାୟା ଖେଳିଯାଇଛି।

Leave a Reply

Your email address will not be published. Required fields are marked *