ଜୁଲାଇ ୨୭ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ଅଭିଯୋଗ  ଶୁଣିବେ

ଭୁବନେଶ୍ୱର,୨୦/୦୭/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଆଗାମୀ ଜୁଲାଇ ୨୭ ତାରିଖ ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ହେବ । ୟୁନିଟ୍-୨ ଅଶୋକନଗର, ଭୁବନେଶ୍ୱର ସ୍ଥିତ ପୁର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ସକାଳ ୮ଟାରୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁଲାଇ୨୨ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ ।

ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣ ଜନ ଶୁଣାଣି ପୋର୍ଟାଲ(https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ।ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଉପରୋକ୍ତ ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published. Required fields are marked *