ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୧/୦୭/୨୦୨୬(ଓଡ଼ିଶା ସମାଚାର)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ, ଶିକ୍ଷାନୁଷ୍ଠାନ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ା କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି । ଖସଡ଼ା କାର୍ଯ୍ୟସୂଚୀ ଅନୁଯାୟୀ ଆବଶ୍ୟକ ପରିବର୍ତନ ପରେ ରାଷ୍ଟ୍ରପତିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି ।

Leave a Reply

Your email address will not be published. Required fields are marked *