ନୂଆଦିଲ୍ଲୀ/ ଭୁବନେଶ୍ୱର,୨୫/୦୭/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)-ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ସେ ସ୍ବେଚ୍ଛାକୃତ ଭାବରେ ଇସ୍ତଫା ଦେଇଛନ୍ତି ଏବଂ ଏପରି କରିବାର କାରଣ ବ୍ୟାଖ୍ୟା କରିଛନ୍ତି। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ସେ ଯୁବପିଢ଼ିଙ୍କ ଆକାଂକ୍ଷାକୁ ସେ ସମ୍ମାନ କରନ୍ତି।

ଶନିବାର ଧର୍ମେନ୍ଦ୍ର ପ୍ରଧାନ ନୈତିକତା ଦୃଷ୍ଟିରୁ ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ସେ ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇଥିବାବେଳେ ତାହାର ନକଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ପଠାଇ ଦେଇଥିବା ଜଣାପଡ଼ିଛି ।
()
