ଲଘୁଚାପଜନିତ ବର୍ଷା ପାଇଁ ଆସନ୍ତାକାଲି ସୋମବାର ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି

ଜଗତସିଂହପୁର,୨୬/୦୭/୨୦୨୬ (ଓଡ଼ିଶା ସମାଚାର)- ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି । ବିଶେଷ କରି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ । ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି ।ଏହାସହ ଉପକୂଳ ଏବଂ ସଂଲଗ୍ନ କେତେକ ଜିଲ୍ଲାରେ ପ୍ରବଳ ରୁ  ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏହାକୁ ଦୃଷ୍ଟିରେ ରଖି ସୋମବାର ଜଗତସିଂହପୁର ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜଗତସିଂହପୁର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି। ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। ଗୋଟିଏ ଦିନ ପାଇଁ ସମସ୍ତ ସ୍କୁଲ ଓ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ ।

ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହେବା ସହ ଯାତାୟାତ ବ୍ୟାହତ ହେବାର ଆଶଙ୍କା ରହିଥିବାରୁ ଛାତ୍ରଛାତ୍ରୀ ଓ ଶିଶୁମାନଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ଜିଲ୍ଲାପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।

Leave a Reply

Your email address will not be published. Required fields are marked *