ଯାଜପୁର,୨୭/୦୭/୨୦୨୬ (ଓଡ଼ିଶା ସମାଚାର)-ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ସୁକିନ୍ଦା ବ୍ଲକ୍ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ। ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି ଜିଲ୍ଲାପାଳ ପ୍ରକାଶ କରିଥିଲେ।

ମୋଟ ୫୯ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୦ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କିତ ୦୩ ଗୋଟି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ନିମନ୍ତେ ୦୪ ଗୋଟି, ରେଡ୍ କ୍ରସ ପାଣ୍ଠିରୁ ୦୨ ଗୋଟି ଅଭିଯୋଗର ଶୁଣାଣି କରାଯାଇଥିଲା। ୦୭ ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା।
ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ, ଯାଜପୁର, ଶ୍ରୀ ୟଶପ୍ରତାପ ଶ୍ରୀମାଲ୍, ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଯୁଧିଷ୍ଠିର ନାଏକ, ଅତିରିକ୍ତ ଜିଲ୍ଲାପାଳ, କଳିଙ୍ଗନଗର, ଶ୍ରୀ ସପନ କୁମାର ନନ୍ଦ, ଅତିରିକ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଶ୍ରୀ ଲମ୍ବୋଦର ଖୁଣ୍ଟିଆ, ଉପ ଜିଲ୍ଲାପାଳ ଶ୍ରୀ ତାପସ ରଞ୍ଜନ ଦେହୁରୀ, ଡେପୁଟି କଲେକ୍ଟର, ଜିଲ୍ଲା ଅଭିଯୋଗ ପ୍ରକୋଷ୍ଠ ଶ୍ରୀ ସାରସ୍ୱତ ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁକିନ୍ଦା, ପ୍ରଜ୍ଞା ପରିମିତା ପୃଷ୍ଟି, ତହସିଲଦାର, ସୁକିନ୍ଦା, ଶ୍ରୀ ମାନସ ରଞ୍ଜନ ତ୍ରିପାଠୀ ଓ ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକ ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।
-0-
ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
