ଅଗଷ୍ଟ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ

ଭୁବନେଶ୍ୱର, ୦୧/୦୮/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଆସନ୍ତା ଅଗଷ୍ଟ ୩ ତାରିଖ ସୋମବାର ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *