କ୍ୟାବିନେଟ ବୈଠକ :  ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଅନୁମୋଦନ

ଭୁବନେଶ୍ୱର,୦୧/୦୮/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ଆଜି ଶନିବାର ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ) ର ୪୫ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ୬ ଟି ବିଭାଗର ୧୧ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି । ଅର୍ଥ ବିଭାଗର ୧ଟି, ଆଇନ ବିଭାଗର ୧ଟି, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ (ଏସଟି ଏସସି ) ବିଭାଗର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ୨ ଟି ଏବଂ ଜଳସମ୍ପଦ ବିଭାଗର ସର୍ବାଧିକ ୫ ଟି, ଏହିପରି ମୋଟ ୬ଟି ବିଭାଗର ୧୧ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।

Leave a Reply

Your email address will not be published. Required fields are marked *