ଭୁବନେଶ୍ୱର,୦୮/୦୮/୨୦୨୬ (ଓଡ଼ିଶା ସମାଚାର)- ଆସନ୍ତା ସୋମବାର ୧୦ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ବିଭିନ୍ନ ଗଣ ମାଧ୍ୟମ ଜରିଆରେ ଜନସାଧାରଣଙ୍କୁ ଜଣାଇ ଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆସନ୍ତା ସୋମବାର ୧୦ତାରିଖ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ ରହିବ
