ହୀରାକୁଦ ଜଳଭଣ୍ଡାରର ୧୨ଟି  ଗେଟ୍‌ ଖୋଲା

ସମ୍ବଲପୁର,୦୯/୦୮/୨୦୨୬ (ଓଡ଼ିଶା ସମାଚାର)- ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି।

ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମପାର୍ଶ୍ୱର ୮ ଓ ଦକ୍ଷିଣ ପାର୍ଶର ୪ଟି ମିଶି ମୋଟ୍‌ ୧୨ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

Leave a Reply

Your email address will not be published. Required fields are marked *