କଟକ ୧୩/୦୮/୨୦୨୬ (ଓଡ଼ିଶା ସମାଚାର)- ଲାଂଚ ନେବା ମାମଲାରେ ଓଡ଼ିଶା ପ୍ରାଶାସନିକ ସେବା ଅଧିକାରୀ ତଥା ବରଗଡ଼ଜିଲା ବିଜେପୁରର ପୂର୍ବତନ ଅତିରିକ୍ତ ତହସିଲଦାର ଗୋବିନ୍ଦ ଦଣ୍ଡସେନାଙ୍କୁ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ୩ ବର୍ଷ କାରାଦଣ୍ଡ ସହ ଅର୍ଥଦଣ୍ଡରେ ଦଣ୍ଡିତ କରିଛନ୍ତି । ଉକ୍ତ ଅଧିକାରୀ ଜଣକ ବର୍ତମାନ ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୌର ପରିଷଦର ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟ କରୁଛନ୍ତି ।
ସେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ବେଳେ ଲାଂଚ ନେଇ ଭିଜିଲାନ୍ସ ଟିମ୍ ହାତରେ ଧରାପଡ଼ିଥିଲେ । ଏନେଇ ଦୁର୍ନୀତି ନିବାରଣଆଇନର ଧାରା ୧୩(୨), ୧୩(୧) (ଡି) ଓ ୭ରେ ଏକ ମାମଲା ରୁଜୁ କରାଯାଇଥିଲା । ଏହି ମାମଲାରେ ସମସ୍ତ ସାକ୍ଷ୍ୟ, ପ୍ରମାଣ ଓ ଅଭିଯୋଗଫର୍ଦ୍ଧ ଆଧାରରରେ କୋର୍ଟ ଅଭିଯୁକ୍ତ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଦଣ୍ଡାଦେଶ ଶୁଣାଇଛନ୍ତି ।
