ସମ୍ବଲପୁର,୧୯/୦୮/୨୦୨୬(ଓଡ଼ିଶା ସମାଚାର)- ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ । ଜଳଭଣ୍ଡାରର ଜଳସ୍ତର ୬୨୦.୩୫ ଫୁଟକୁ ବୃଦ୍ଧି ପାଇଛି ।
ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ଆଜି ସକାଳେ ପୁଣି ୨ଟି ସ୍ଲୁଇସ ଗେଟ୍ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୧୧ ଓ ଡାହାଣ ପାର୍ଶର ୬ଟି ମିଶି ମୋଟ୍ ୧୭ଟି ସ୍ଲୁଇସ୍ ଗେଟ୍ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।
