ଭୁବନେଶ୍ୱର,୨୨/୦୮/୨୦୨୬ (ଓଡ଼ିଶା ସମାଚାର)-ଆସନ୍ତା ୨୮ ଅଗଷ୍ଟ , ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରାଯିବାକୁ ଥିବା ପରିପ୍ରେକ୍ଷୀରେ ଶୁକ୍ରବାର ଉପମୁଖ୍ୟମନ୍ତ୍ରୀ
ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତିମୂଳକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି । ବୈଠକରେ ୫ମ କିସ୍ତିର ଡିବିଟି ପ୍ରଦାନ, ହିତାଧିକାରୀଙ୍କ ତାଲିକା, ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ଅନ୍ୟାନ୍ୟ ପ୍ରସ୍ତୁତି ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ସବିଶେଷ ସମୀକ୍ଷା କରିଥିଲେ ।ମୋଟ ୧,୦୩,୨୬,୧୬୨ ଜଣ ଯୋଗ୍ୟ ହିତାଧିକାରୀ ଚିହ୍ନଟ କରାଯାଇଛି । ହିତାଧିକାରୀମାନଙ୍କୁ ୫,୧୬୦ କୋଟିରୁ ଅଧିକ ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯିବ ।
