ଏରସମା ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ।

ଜଗତସିଂହପୁର,୧୨/୦୨/୨୦୨୪ (ଓଡ଼ିଶା ସମାଚାର)- ଆଜି ଜଗତସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ.ଜନସାଧାରଣଙ୍କ ବିଭିନ୍ନ ଆପତି ଅଭିଯୋଗର ଶୁଣାଣି କରିଥିଲେ । ଆଜି ମୋଟ ୨୩୪ଟି ଅଭିଯୋଗ ପଂଜିକୃତ ହୋଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସଂପର୍କିୟ ୨୨୩ଗୋଟି ଅଭିଯୋଗ, ଗୋଷ୍ଠୀଗତ ସମସ୍ୟା ସଂପର୍କୀୟ/ଗ୍ରାମ୍ୟ ସମସ୍ୟା ସଂପର୍କୀୟ ୧୧ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରେସନ କାର୍ଡ ସମସ୍ୟା ସଂପର୍କୀୟ ୧୩ଟି,ଜମିଜମା ସମସ୍ୟା ସଂପର୍କୀୟ ୧୩୨ଟି, ଭତା ପାଇବା ପାଇଁ ୧୪ଟି ,ପୋଲିସ ସହାୟତାପାଇବା ପାଇଁ ୦୨ଟି ଏବଂ ଅନ୍ୟାନ୍ୟ ୩୨ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୩୦ଟି ଅଭିଯୋଗର ତତ୍କାଳ ଫଇସଲା କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ରାହୁଲ ପି.ଆର୍, ମୁଖ୍ୟ ବିକାଶ-ତଥା- ନିର୍ବାହୀ ଅଧିକାରୀ,ଜିଲା ପରିଷଦ ଶ୍ରୀ ରବିନାରାୟଣ ଜେଠୀ,ଉପ-ଜିଲାପାଳ ଶ୍ରୀ ପ୍ରଦୀପ କୁମାର ସାହୁ, ଉପଖଣ ଆରକ୍ଷୀ ଅଧିକ୍ଷକ,ତିର୍ତୋଲ ଶ୍ରୀ ଚିନ୍ମୟ ରାଉତ,ଏରସମା ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଲକ୍ଷୀପ୍ରିୟା ମହାପାତ୍ର,ଗୋଷ୍ଠି ଉନ୍ନୟନ ଅଧିକାରୀ, ଏରସମା ଶ୍ରୀ ଲମ୍ବୋଦର ଖୁଣିଆ, ତହସିଲଦାର,ଏରସମା ଶ୍ରୀ ଦେବୀ ପ୍ରସାଦ ଆଚାର୍ଯ୍ୟ,ଜିଲାସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ବ୍ଲକସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତି ଅଭିଯୋଗ ଶୁଣାଣି କରିଥିଲେ ।

Leave a Reply

Your email address will not be published. Required fields are marked *