ସମ୍ବଲପୁର,୨୪/୦୮/୨୦୨୬ (ଓଡ଼ିଶା ସମାଚାର)-ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ସୋମବାର ସକାଳେ ୩ଟି ସ୍ଲୁଇସ୍ ଗେଟ୍ ଖୋଲାଯାଛି । ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶ୍ଵର ୩ଟି ମିଶି ମୋଟ ୮ଟି ସ୍କୁଇସ୍ ଗେଟ ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି ।
ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ୍ । ପୂର୍ବାହ୍ନ ସାଢ଼େ ୯ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୩.୦୨ ଫୁଟ୍କୁ ବୃଦ୍ଧି ପାଇଛି ।
