ଭୁବନ ୦୨/୦୯/୨୦୨୬ (ଓଡ଼ିଶା ସମାଚାର)-ଢେ଼ଙ୍କାନାଳ ଜିଲ୍ଲା ଭୁବନ ପଞ୍ଚାୟତ ସମିତି ( ବ୍ଲକ ପ୍ରଶାସନ) ତରଫରୁ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭୀମ ଭୋଇ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ସମୁଦାୟ ୨୨୬ ଜଣ ଭିନ୍ନକ୍ଷମ ସେମାନଙ୍କ ନାମ ପଞ୍ଜିକରଣ କରିଥିଲେ ।

hw-remosaic: 0;
touch: (-1.0, -1.0);
modeInfo: ;
sceneMode: Hdr;
cct_value: 0;
AI_Scene: (-1, -1);
aec_lux: 59.0;
hist255: 0.0;
hist252~255: 0.0;
hist0~15: 0.0;
ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସିପ୍ରା ବରାଳ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିର କୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ। ମାନସିକ ଅନଗ୍ରସର ୪୪ ଜଣ, ଅସ୍ଥିଶଲ୍ୟ ୧୦୫, ଜଣ,ଦୃଷ୍ଟି ବାଧକ ୩୨ ଜଣ, ଶ୍ରବଣ ବାଧକ ୩୫ ଜଣ,ଭେଷଜ ୫ ଜଣ ଓ ଅନ୍ୟାନ୍ୟ ୫ ଜଣ ସମୁଦାୟ ୨୨୬ ଜଣ ଙ୍କୁ ବିଶେଷଜ୍ଞ ମାନଙ୍କ ଦ୍ଵାରା ପରୀକ୍ଷା କରାଯାଇଥିଲା । ବିଡିଓ ଶ୍ରୀମତୀ ଆୟୁସୀ ମହାପାତ୍ର ଙ୍କ ତତ୍ତ୍ଵାବଧାନରେ ବିଭିନ୍ନ ବିଭାଗର ଡାକ୍ତର ମାନେ ଭିନ୍ନକ୍ଷମ ମାନଙ୍କୁ ପରୀକ୍ଷା କରି ୧୪୫ ଜଣ ଙ୍କୁ ଭିନ୍ନକ୍ଷମ ଉପକରଣ,ଔଷଧ ଓ ପ୍ରମାଣ ପତ୍ର ପ୍ରଦାନ କରିଥିଲେ।
ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ନରେଶ କୁମାର ସ୍ବାଇଁ, ଭୁବନ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ମୁକେଶ ରଥ ଓ ସମସ୍ତ କର୍ମଚାରୀ ସକ୍ରିୟ ଅଂଶ ଗ୍ରହଣ ଓ ସହଯୋଗ କରିଥିଲେ। ବାଜି ରାଉତ ସ୍ମୃତି ମହାବିଦ୍ୟାଳୟ,ମହିଳା ମହାବିଦ୍ୟାଳୟ ର ଏନ୍ ଏସ ଏସ ,ଭୁବନ ଉଚ୍ଚ ବିଦ୍ୟାଳୟ ର ସ୍କାଉଟ ଆଣ୍ଡ ଗାଇଡ ଛାତ୍ର ଏବଂ ପୋଲିସ ବାହିନୀ ଶାନ୍ତି ଶୃଙ୍ଖଳା ରକ୍ଷା କରିଥିଲେ।
