ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ।

ଭୁବନେଶ୍ୱର, ୧୨/୦୨/୨୦୨୪ (ଓଡ଼ିଶା ସମାଚାର/ରଜତ ମହାପାତ୍ର)- ଓଡ଼ିଶା ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦର ପ୍ରୋତ୍ସାହନ ଓ ଆର୍ଥିକ ଅନୁଦାନରେ ଉତ୍କଳ ବିଶ୍ୱବିଦ୍ୟାଳୟରେ ଆୟୋଜିତ ହେବ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାା ଏହି ପ୍ରତିଯୋଗିତାରେ ପ୍ରାୟ ୧୦୦୦ରୁ ଅଧିକ ପ୍ରତିଯୋଗୀ ଅଂଶଗ୍ରହଣ କରିବେ । ବିଶ୍ୱବିଦ୍ୟାଳୟର ଦୀକ୍ଷାନ୍ତ ଭବନରେ ପ୍ରତି ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେବ ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସାମ୍ବାଦିକ ସମ୍ମିଳନୀରେ ଦେଇଛନ୍ତି ସୂଚନା ଦେଇଛନ୍ତି । କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ କହିଛନ୍ତି ଯେ ଓଡ଼ିଶାର ଗର୍ବ ଓ ଗୌରବ ଉତ୍କଳ ବିଶ୍ୱବିଦ୍ୟାଳୟ । ଉତ୍କଳ ବିଶ୍ୱବିଦ୍ୟାଳୟରେ ୫ ଦିନ ପାଇଁ ଆୟୋଜତ ହେଉଛି ଓଡ଼ିଶାର ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗୀତା-୨୦୨୪ । ଫେବୃଆରୀ ୧୫ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ଏହି ରାଜ୍ୟସ୍ତରୀୟ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତାରେ ଓଡ଼ିଶାର ୩୮ ବିଶ୍ୱବିଦ୍ୟାଳୟ ଅଂଶଗ୍ରହଣ କରିବେ । ୧୦୦, ୨୦୦, ୪୦୦, ୮୦୦ ଓ ୧୫୦୦ ମିଟର ଦୌଡ଼, ଲମ୍ବ ଡିଆଁ ଓ ଉଚ୍ଚ ଡିଆଁ, ଜାଭଲିନ ଥ୍ରୋ, ଡିସକସ ଥ୍ରୋ, ସଟଫୁଟ ଥ୍ରୋ, ହର୍ଡଲ୍ସ ଓ ରିଲେ ରେସ ଆଦି ୧୩ ବିଭାଗରେ କ୍ରୀଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଛି । ଉତ୍କଳ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ବହୁମୁଖୀ କ୍ରୀଡ଼ାଙ୍ଗନ ଏବଂ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମରେ ଆନ୍ତଃବିଶ୍ୱବିଦ୍ୟାଳୟ ପ୍ରତିଯୋଗିତା ଅନୁଷ୍ଠିତ ହେବ ।

ଉଦଘାଟନ ଉତ୍ସବରେ ଉଚ୍ଚ ଶିକ୍ଷା ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏବଂ ଉଚ୍ଚ ଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲଙ୍କ ସହିତ ଅଲିମ୍ପିକ କ୍ରୀଡ଼ାବିତ ଅନୁରାଧା ବିଶ୍ୱାଳ ଯୋଗଦେବେ । ଉଦଯାପନ ଦିବସରେ ମେୟର ସୁଲୋଚନା ଦାସଙ୍କ ସହିତ ଅନ୍ୟାନ୍ୟ ବିଶିଷ୍ଟ କ୍ରୀଡ଼ାବିତ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରକାଶ କରିଥିଲେ । ଏହି ଅବସରରେ କ୍ରୀଡ଼ା ପରିଷଦ ନିର୍ଦେଶକ ଡ. ବିଜୟ କୁମାର ସୁନ୍ଦରରାୟ କହିଛନ୍ତି ଯେ ସାରା ରାଜ୍ୟର ପ୍ରତିଯୋଗୀଙ୍କ ପାଇଁ ଉକ୍ରଳ ବିଶ୍ୱବିଦ୍ୟାଳୟରେ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି । ଆନ୍ତଃବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରତିଯୋଗିତାର ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ୩୦ ହଜାର, ଦ୍ୱିତୀୟଙ୍କୁ ୧୫ ହଜାର ଓ ତୃତୀୟଙ୍କୁ ୧୦ହଜାର ଟଙ୍କା ସହିତ ଟ୍ରଫି ଓ ମାନପତ୍ର ପ୍ରଦାନ କରାଯିବ । ଶାନ୍ତିଶୃଙ୍ଖଳାର ସହ ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତା ଆୟୋଜନ ପାଇଁ ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ସେ ପ୍ରକାଶ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କୁଳସଚିବ ଡ.କାହ୍ନୁଚରଣ ଧୀର ଏବଂ ବିତ ନିୟନ୍ତ୍ରକ ଶ୍ରୀ ଗୌତମ ପ୍ରଧାନ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *