ସମ୍ବଲପୁର,୦୭/୦୯/୨୦୨୬ (ଓଡ଼ିଶା ସମାଚାର)-ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ରେଢ଼ାଖୋଲ ଘୋଷରମାଳ ପଞ୍ଚାୟତ ଅନ୍ତର୍ଗତ ଲାଣ୍ଡିମାଲ ଗାଁରେ ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି ।
ସୂଚନା ଅନୁଯାୟୀ, ପାରିବାରିକ କଳହକୁ କେନ୍ଦ୍ର କରି ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ବିବାଦ ହୋଇଥିଲା। ଏହା ପରେ ସ୍ୱାମୀ ତାଙ୍କ ସ୍ତ୍ରୀଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ସ୍ୱାମୀ ଙ୍କ ଗୁଳିମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହି ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଘଟଣା ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
