ଭୁବନେଶ୍ୱର,୦୭/୦୯/୨୦୨୬ (ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)-ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ସୁରେଶ ବଶିଷ୍ଠଙ୍କୁ ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ନୂଆ ଦାୟିତ୍ୱ ମିଳିଛି। ଏଥିସହ ସେ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସେହିପରି ସୁଧାଂଶୁ ମୋହନ ସାମଲଙ୍କୁ ଓଡ଼ିଶା ମାଇନିଂ କର୍ପୋରେସନ୍ (OMC)ର ଅଧ୍ୟକ୍ଷ ଦାୟିତ୍ୱ ଦିଆଯାଇଛି। ଖଣିଜ କ୍ଷେତ୍ରରେ OMCର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବାରୁ ଏହି ନିଯୁକ୍ତିକୁ ଗୁରୁତ୍ୱ ଦିଆଯାଉଛି। ଏହା ସହ କେନ୍ଦ୍ରାଞ୍ଚଳ ଆରଡିସି ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଡା. ବୃନ୍ଦା ଡିଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ (SSEPD)ର କମିଶନର ତଥା ଶାସନ ସଚିବ ଦାୟିତ୍ୱ ଦିଆଯାଇଛି।
ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ
