କେନ୍ଦ୍ରାପଡା କଲେଜ ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ଶୁଭଶ୍ରୀ ସମ୍ବର୍ଦ୍ଧିତ

କେନ୍ଦ୍ରାପଡ଼ା, ୧୩/୦୨/୨୦୨୪ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟର ଦର୍ଶନଶାସ୍ତ୍ର ବିଭାଗର ଟପ୍ପର ହୋଇଥିବା ଛାତ୍ରୀ ସୁଶ୍ରୀ ଶୁଭଶ୍ରୀ ଦାସଙ୍କୁ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳନ ଅବସରରେ ସମ୍ବର୍ଦ୍ଧନା ଜ୍ଞାପନ  କରାଯାଇଛି । ଏହି ଉପଲକ୍ଷେ କଲେଜ ଅଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ବିଧାୟକ ଶଶି ଭୂଷଣ ବେହେରା ଯୋଗଦେଇ ଛାତ୍ରୀ ସୁଶ୍ରୀ ଦାସଙ୍କୁ ଟ୍ରଫି ଓ ମାନପତ୍ର ପ୍ରଦାନ ପୂର୍ବକ  ସମ୍ବର୍ଦ୍ଧିତ କରିଥିଲେ । ଏଥିରେ ଇଂରାଜୀ ବିଭାଗ ପ୍ରାଧ୍ୟାପକ ଡ. ବ୍ରଜକୋହନ ମିଶ୍ର ମୁଖ୍ୟବକ୍ତା ଓ ବ୍ରହ୍ମପୁରର ପରିବେଶବିତ ଡ. ସୁନ୍ଦର ନାରାୟଣ ପାତ୍ର ଅତିଥି ଭାବେ ଯୋଗ ଦେଇଥିଲେ । ଛାତ୍ରୀ ସୁଶ୍ରୀ ଦାସ ହେଉଛନ୍ତି କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ଅଧିବାସୀ ତଥା ବରିଷ୍ଠ ସାମ୍ବାଦିକ ଚିତରଞ୍ଜନ ଦାସଙ୍କ ଝିଅ ।

Leave a Reply

Your email address will not be published. Required fields are marked *