ଘଟଗାଁରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ

ଘଟଗାଁ,୦୯/୦୯/୨୦୨୬( ଓଡିଶା ସମାଚାର)-ଘଟଗାଁରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି। ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ ଘଟଗାଁ ଏମ ଇ ସ୍କୁଲ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ କୁ ମୁକୁନ୍ଦପୁର ପାଟଣା ପଞ୍ଚାୟତ ସରପଞ୍ଚ ଅନ୍ନପୂର୍ଣ୍ଣା ଦେହୁରୀ ଉଦ୍ଘାଟନ କରିଥିଲେ ।

ପ୍ରଧାନ ଶିକ୍ଷକ ରୋହିତ କୁମାର ବେହେରାଙ୍କ ନେତୃତ୍ୱରେ ଛାତ୍ର ଛାତ୍ରୀ,ବିଦ୍ୟାଳୟ ପରିଚାଳନା କମିଟି ସଭାପତି ରବୀନ୍ଦ୍ର କୁମାର ନାୟକ ଓ ସଦସ୍ୟ ବୃନ୍ଦ, ଅଭିଭାବକ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ଗ୍ରାମ ଓ ବଜାର ପରିକ୍ରମା କରିବା ସହ ପଥପ୍ରାନ୍ତ ନାଟକ, ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରି ଥିଲେ ।

ଘଟଗାଁ ମଣ୍ଡଳ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବରିଷ୍ଠ ଅନୁଭାଗ ଅଧିକାରୀ ଧିରେନ୍ କୁମାର ବେଜ ଶିକ୍ଷାର୍ଥୀ ମାନଙ୍କୁ ମାର୍ଗଦର୍ଶନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ମାଗୁଣି ଚରଣ ମାଝୀ, ସଞ୍ଜୀବ ସାହୁ, ଶୁଭକାନ୍ତ ସେଠୀ, ଶିକ୍ଷୟିତ୍ରୀ ମାଳତୀ କୁମାରୀ ନାଥ ଶର୍ମା, ଭାରତୀ ମହାନ୍ତି, ରଶ୍ମିତା ମହାନ୍ତ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Leave a Reply

Your email address will not be published. Required fields are marked *