ଭୁବନେଶ୍ୱର,୧୫/୦୯/୨୦୨୬ (ଓଡ଼ିଶା ସମାଚାର)- କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ଆଜି ମଙ୍ଗଳବାର ସୂଚନା ଦେଇଛନ୍ତି।
‘ଛାତ୍ରୋଁ କି ଗୁଞ୍ଜ’ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ରାହୁଲ ଓଡ଼ିଶା ଆସିବେ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି କହିଛନ୍ତି। ରାହୁଲଙ୍କ ସହିତ ଅନ୍ୟ ବରିଷ୍ଠ କଂଗ୍ରେସ ନେତା ମଧ୍ୟ କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି ସେ କହିଛନ୍ତି।
