ଭୁବନ, ୧୭/୦୯/୨୦୨୬ (ଓଡ଼ିଶା ସମାଚାର)- ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀ ଙ୍କ ଜନ୍ମଦିନ ଅବସରରେ ଭୁବନ ବିଜେପି ନଗର ମଣ୍ଡଳ ତରଫରୁ ରାମ ମନ୍ଦିର ଓ ବୁଦ୍ଧେଶ୍ୱର ମନ୍ଦିରରେ ଦୀପ ପ୍ରଜ୍ଜ୍ୱଳନ କରି ମୋଦି ଜୀ ଙ୍କ ଦୀର୍ଘ ନିରାମୟ ଜୀବନ କାମନା କରାଯାଇଥିଲା ।
ଏହି କାର୍ଯ୍ୟକ୍ରମରେ କାମାକ୍ଷା ନଗର ବିଧାୟକ ଶ୍ରୀଯୁକ୍ତ ଶତୃଘ୍ନ ଜେନା ଙ୍କ ସହ ନଗର ମଣ୍ଡଳ ସଭାପତି ଅଜିତ୍ କୁମାର ବିହାରୀ ଓ ବହୁ ସଂଖ୍ୟକ କାର୍ଯ୍ୟକର୍ତ୍ତା ଯୋଗଦେଇଥିଲେ ।
