ବାତ୍ୟା ରୂପ ନେଲେ ନାମ ହେବ ‘ଅର୍ଣ୍ଣବ’
ଭୁବନେଶ୍ୱର,୧୯/୦୯/୨୦୨୬ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଶନିବାର ସନ୍ଧ୍ୟାରେ ଉତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତୀ ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା କ୍ରମଶଃ ଉତର- ଉତରପଶ୍ଚିମ ଦିଗକୁ ଗତି କରିବା ସହ ଘନୀଭୂତ ହୋଇ ୨୧ରେ ପୂର୍ବ-କେନ୍ଦ୍ରୀୟ ବେଙ୍ଗାପସାଗର ଉପରେ ଅବପାତ ଏବଂ ୨୨ ତାରିଖ ବେଳକୁ ଆହୁରି ଅଧିକ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବେଙ୍ଗାପସାଗର ଉପରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହି ଘୂର୍ଣ୍ଣିବଳୟ ପଶ୍ଚିମ-ଉତର ପଶ୍ଚିମ ଦିଗକୁ ଗତି ଜାରି ରଖି ୨୩ ତାରିଖ ସକାଳ ବେଳକୁ ଦକ୍ଷିଣ ଓଡ଼ିଶା-ଉତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟ ପଶ୍ଚିମ-କେନ୍ଦ୍ରୀୟ ତଥା ସଂଲଗ୍ନ ଉତର-ପଶ୍ଚିମ ବେଙ୍ଗାପସାଗରରେ ପହଂଚିବ । ବାତ୍ୟା ସମ୍ପର୍କରେ ଆଇଏମ୍ଡି ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ଦେଇ ନାହିଁ । ଯଦି ଲଘୁଚାପ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନିଏ ତେବେ ଏହାର ନାମ ‘ଅର୍ଣ୍ଣବ’ ରହିବ ।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଧେଶିକା ମନୋରମା ମହାନ୍ତିଙ୍କ କହିବାନୁଯାୟୀ ୨୦ ତାରିଖ ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ ପ୍ରଭୃତି ଜିଲାର କିଛି ସ୍ଥାନ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ,୨୨ରେ ଅଧିକ ଘନୀଭୂତ ହୋଇପାରେ ଅବପାତ
