ଭୁବନେଶ୍ୱର,୨୧/୦୯/୨୦୨୬ (ଓଡ଼ିଶା ସମାଚାର)- ଆସନ୍ତାକାଲି ୨୨ ସେପ୍ଟେମ୍ବର ଠାରୁ ଆରମ୍ଭ ହେଉଥିବା ପବିତ୍ର ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ବାଚଷ୍ପତି ଙ୍କ କାର୍ୟ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ସର୍ବଦଳୀୟ ବୈଠକରେ ବାଚଷ୍ପତି ସୁରମା ପାଢ଼ୀ ଅଧ୍ୟକ୍ଷତା କରିଥିଲେ ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ବାଚସ୍ପତି ଭବାନୀ ଶଙ୍କର ଭୋଇ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ସଂସଦୀୟ ବ୍ୟାପାର ତଥା ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଭାଗର ମନ୍ତ୍ରୀ ଡଃ. ମୁକେଶ ମହାଲିଙ୍ଗ,ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ,ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟ,ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ,ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ କେଶରୀ ଦେବ ଏବଂ କଂଗ୍ରେସ ବିଧାୟକ ଦଳ ଉପନେତା ଅଶୋକ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।
