ଭୁବନେଶ୍ୱର,୨୨/୦୯/୨୦୨୬ (ଓଡ଼ିଶା ସମାଚାର/ଦୀପ୍ତିରଂଜନ କାନୁନଗୋ)- ଅକ୍ଟୋବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅକ୍ଟୋବର ୨୭ରେ ରାଇରଙ୍ଗପୁର ଗସ୍ତ କରି ୨୮ରେ ଦିଲ୍ଲୀ ଫେରିଯିବେ ।
ରାଷ୍ଟ୍ରପତିଙ୍କ ଗସ୍ତ ନେଇ ସାଂସଦ ନବ ଚରଣ ମାଝୀ ସୂଚନା ଦେଇଛନ୍ତି । ରାଇରଙ୍ଗପୁରରେ ଆୟୋଜିତ ମେଗା ଚକ୍ଷୁ ଚିକିତ୍ସା ଶିବିର କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି । ୨୬ରୁ ୩୦ ଯାଏଁ ମେଗା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହେବ । ଦିଲ୍ଲୀର ୧୦୦ରୁ ଊର୍ଦ୍ଧ୍ୱ ଚକ୍ଷୁ ବିଶେଷଜ୍ଞ ଲୋକଙ୍କ ଚିକିତ୍ସା କରିବେ ।
ଅକ୍ଟୋବର ରେ ରାଷ୍ଟ୍ରପତି ଓଡ଼ିଶା ଆସିବେ
