ଭୁବନେଶ୍ୱର,୦୭/୧୦/୨୦୨୬(ଓଡ଼ିଶା ସମାଚାର)- ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମଙ୍ଗଳବାର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଅବଗତ କରାଯାଇଛି।
ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ନୂଆ ଯୋଜନା ଉପରେ ନିଷ୍ପତ୍ତି ନିଆଯାଇପାରେ ।
