ଓଡିଶାରୁ ତୃତୀୟ ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବ ଙ୍କ ପ୍ରାର୍ଥିପତ୍ର ଦାଖଲ

ଭୁବନେଶ୍ୱର,୧୫/୦୨/୨୦୨୪ (ଓଡ଼ିଶା ସମାଚାର)- ଓଡିଶାରୁ ତୃତୀୟ ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଗୁରୁବାର ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ନିକଟରେ ସେ ନିଜର ୨ ସେଟ୍‌ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ବିଧାୟିକା କୁସୁମ ଟେଟେ ପ୍ରମୁଖ ଉପସ୍ଥିତ ଥିଲେ।ଏଠାରେ ସୂଚନାଯୋଗ୍ୟ, ବୁଧବାର ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ବିଜେଡି ମଧ୍ୟ ଅଶ୍ବିନୀଙ୍କ ପ୍ରାର୍ଥିତ୍ବକୁ ସମର୍ଥନ କରୁଥିବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା। ରାଜ୍ୟର ବୃହତ୍ତର ସ୍ବାର୍ଥ ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ସମର୍ଥନ ଘୋଷଣା କରିଛନ୍ତି  । ବିଜେପିରୁ ଅଶ୍ଵିନୀଙ୍କୁ ଜିତିବାକୁ ହେଲେ ୩୭ ବିଧାୟକଙ୍କ ସମର୍ଥନ ଆବଶ୍ୟକ। ବିଜେପି ର ବର୍ତ୍ତମାନ ୨୨ ଜଣ ବିଧାୟକ ଅଛନ୍ତି ।

Leave a Reply

Your email address will not be published. Required fields are marked *