ଭୁବନେଶ୍ୱର,୦୮/୧୦/୨୦୨୬(ଓଡ଼ିଶା ସମାଚାର)-ଆଜି ଓଡ଼ିଶା ବନ୍ଦ ପାଳନ ହେଉଥିବା ବେଳେ ପ୍ରଶାସନିକ ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି ।
ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତିଙ୍କୁ ଭୁବନେଶ୍ବର ସ୍ଥିତ ROTI ର ଯୁଗ୍ମ ନିର୍ଦ୍ଦେଶକ ଭାବେ ଦାୟିତ୍ବ ଦିଆଯାଇଛି । ସେହିପରି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ଶାସନ ସଚିବ ଗୀତାଞ୍ଜଳି ନାୟକ ଙ୍କୁ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଅବସ୍ଥାପିତ କରାଯାଇଛି। ସେହିପରି ନିବେଦିତା ବିଶ୍ୱାଳଙ୍କୁ ପଞ୍ଚାୟତିରାଜ ବିଭାଗର ଦାୟିତ୍ୱ ମିଳିଥିବା ବେଳେ, କୁକୁମିନା ଦାସଙ୍କୁ ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପର ଦାୟିତ୍ୱ ଦିଆଯାଇଛି ।
