୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫/୦୨/୨୦୨୪ (ଓଡ଼ିଶା ସମାଚାର)- ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ ଜିଲ୍ଲାରେ ୨୦ଟି ନୂଆ ବସଷ୍ଟାଣ୍ଡକୁ ଭର୍ଚୁଆଲରେ ବିଭିନ୍ନ ଅଞ୍ଚଳର ନୂତନ ବସଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାହାକି ପରିବହନ କ୍ଷେତ୍ରରେ ଏକ ନୂଆ ମାଇଲଷ୍ଟୋନ ସାଜିବ। ଆଧୁନିକ ଓ ସ୍ମାର୍ଟ ବସଷ୍ଟାଣ୍ଡ ରୂପେ ଏହା ନିର୍ମାଣ ହୋଇଛି। ଏସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ ।ଏଥିରେ ଯାତ୍ରୀ, ଡ୍ରାଇଭର ତଥା ସମସ୍ତ ସହକାରୀ କର୍ମଚାରୀ ମାନଙ୍କ ପାଇଁ ସସସ୍ତ ପ୍ରକାର ସୁବିଧା ରହିଛି। ଏ ସମସ୍ତ ବସଷ୍ଟାଣ୍ଡ ଦ୍ବାରା କୋଟିଏରୁ ଅଧିକ ଲୋକ ଉପକୃତ ହେବେ।ଲୋକଙ୍କୁ ଉନ୍ନତମାନର ପରିବହନ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ‘ଆମ ବସଷ୍ଟାଣ୍ଡ’ ଯୋଜନା ମାଧ୍ୟମରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ କରୁଛନ୍ତି। ପୂର୍ବରୁ ଗତ ଅଗଷ୍ଟ ମାସରେ ୨୧ଟି ନୂଆ ବସଷ୍ଟାଣ୍ଡର ଲୋକାର୍ପଣ କରାଯାଇଥିଲା।

ଉଦଘାଟନ ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯୋଗାଯୋଗ ହେଉଛି ବିକାଶର ଆଧାର । ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି। ଗାଁଠୁ ସହର ସବୁଆଡେ ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି। ୫T ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି। ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡା ଯାଉଛି। ଭୁବନେଶ୍ୱରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି ବୋଲି କହି ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢିବା ସହ ଚାଷୀ ଭାଇ ଭଉଣୀମାନେ ଲାଭବାନ ହେବେ ଓ ପିଲାଙ୍କ ପାଠପଢାରେ ସୁବିଧା ହେବ ବୋଲି ସେ କହିଥିଲେ।

‘ଆମ ବସ୍‌ ଷ୍ଟାଣ୍ଡ’କୁ ନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଯେ ନୂଆ ବସ୍‌ ଷ୍ଟାଣ୍ଡଗୁଡିକ ବ୍ୟବସାୟ କେନ୍ଦ୍ର ଭାବେ ଧିରେ ଧିରେ ବିକଶିତ ହେବ ଏବଂ ଏହା ଦ୍ୱାରା ଅର୍ଥନୈତିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଇବ। ସେ ଆହୁରି ମଧ୍ୟ କହିଥିଲେ ଯେ ସାଧାରଣ ପରିବହନ ଭିତ୍ତିଭୂମିକୁ ମଜବୁତ୍‌ କରିବା ସହିତ ଲୋକମାନେ ଯେପରି ଏହି ସାଧାରଣ ପରିବହନ ବ୍ୟବସ୍ଥାକୁ ବହୁଳ ଭାବେ ବ୍ୟବହାର କରିବେ ସେଥିପାଇଁ ସମସ୍ତଙ୍କୁ ସଚେତନ କରିବା ଆବଶ୍ୟକ। ନୂଆ ବସ୍‌ ଷ୍ଟାଣ୍ଡରେ ଲୋକମାନଙ୍କର ସୁରକ୍ଷା ସହିତ ସେଠାରେ ଉପଲବ୍ଧ ସାଧାରଣ ସୁବିଧା ସୁଯୋଗର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେବା ଆବଶ୍ୟକ ବୋଲି ସେ କହିଥିଲେ।

Leave a Reply

Your email address will not be published. Required fields are marked *