ବ୍ରଜମୋହନ ରାମ ଓଡ଼ିଶାର ନୂଆ ରାଜ୍ୟପାଳ ନିଯୁକ୍ତ

ଭୁବନେଶ୍ୱର,୧୨/୧୦/୨୦୨୬(ଓଡ଼ିଶା ସମାଚାର /ଦୀପ୍ତିରଂଜନ କାନୁନଗୋ)- ରାଜ୍ୟପାଳ ସ୍ତରରେ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ଓଡ଼ିଶାର ବର୍ତ୍ତମାନର ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ଝାଡ଼ଖଣ୍ଡର ପଲାମୁ ଅଞ୍ଚଳର ଜଣେ ରାଜନେତା ବ୍ରଜମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଦାୟିତ୍ୱ ଦିଆଯାଇଛି।

କେରଳରେ ଓମ୍‌ପ୍ରକାଶ ମାଥୁର, ତାମିଲନାଡୁରେ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକର, କର୍ନାଟକରେ ଡାକ୍ତର ସୁଧା ଯାଦବ, ଉତ୍ତରାଖଣ୍ଡରେ ଧଳସିଂହ ବିଶେନ ଏବଂ ସିକିମରେ ଦୁଶ୍ୟନ୍ତ ଗୌତମଙ୍କୁ ନୂଆ ରାଜ୍ୟପାଳ ନିଯୁକ୍ତି ଦିଆଯାଇଛି।

Leave a Reply

Your email address will not be published. Required fields are marked *