ଭୁବନେଶ୍ୱର,୧୩/୧୦/୨୦୨୬(ଓଡ଼ିଶା ସମାଚାର)-ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୮ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ୧୧ ଟି ବିଭାଗର ୧୬ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
ବୈଠକ ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ, ଶାସନ ମୁଖ୍ୟ ଭାବେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦିଜୀଙ୍କ ୨୫ ବର୍ଷର କାର୍ଯ୍ୟକାଳ ପୂର୍ଣ୍ଣ ହୋଇଥିବା ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇ ଓଡ଼ିଶା ରାଜ୍ୟ କ୍ୟାବିନେଟ ରେ ସଂକଳ୍ପ ପାରିତ ହୋଇଥିବା ସମ୍ପର୍କରେ ଗଣ ମାଧ୍ୟମକୁ ସୂଚନା ଦେଇଥିଲେ ।
ପରେ ପରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ଅନ୍ୟ ସମସ୍ତ ପ୍ରସ୍ତାବର ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।
ଅନୁଷ୍ଠିତ କ୍ୟାବିନେଟ ବୈଠକରେ ମତ୍ସ୍ୟ ଓ ପ୍ରାଣୀପାଳନ ବିଭାଗ ର ୨ଟି,ଶିଳ୍ପ ବିଭାଗର ୧ଟି, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ର ୧ଟି, ଅର୍ଥ ବିଭାଗ ର ୧ଟି, ଇଲେକ୍ଟ୍ରୋନିକ ଓ ଆଇଟି ବିଭାଗ ର ୧ଟି, କୃଷି ଓ କୃଷକ ସଶକ୍ତିକରଣ ବିଭାଗର୧ଟି, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ର ୧ଟି, ଜଳ ସମ୍ପଦ ବିଭାଗର ୩ଟି, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୩ ଟି, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ୧ଟି ଏବଂ ଗୋଟିଏ ପ୍ରସ୍ତାବ ସପ୍ତଦଶ ଓଡ଼ିଶା ବିଧାନସଭାର ସପ୍ତମ ଅଧିବେଶନ ର ସତ୍ରାବସାନ(ସଂସଦୀୟ ବ୍ୟାପାର )ସମ୍ପର୍କିତ ଏହିପରି ମୋଟ ୧୧ଟି ବିଭାଗର ୧୬ ଟି ପ୍ରସ୍ତାବ ରାଜ୍ୟ କ୍ୟାବିନେଟ ବୈଠକରେ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି ।
-0-
ପଠାଣି ରାଉତ ,ମୁଖ୍ୟ ଶାସନ ସଚିବ ଙ୍କ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ
