ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ଅବସରରେ  କିସାନ ସମ୍ମାନ ସମାରୋହ ଅନୁଷ୍ଠିତ

                                                     ଜିଲ୍ଲାର ମୋଟ  ୧,୨୨,୧୫୯ ଚାଷୀ ହେଲେ ଲାଭାନ୍ବିତ

ଜଗତସିଂହପୁର,୩୦/୧୦/୨୦୨୬(ଓଡ଼ିଶା ସମାଚାର)-ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ  ଗୁଜରାଟ ରାଜ୍ୟର   ବାନାସକାଣ୍ଠା ଠାରେ ଆୟୋଜିତ ପିଏମ କିସାନ ସମ୍ମାନନିଧିର ୨୪ ତମ କିସ୍ତି ପ୍ରଦାନ ସମାରୋହରେ ଦେଶର   ଚାଷୀଙ୍କୁ ୭୦୦ କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି । ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଆଦିକବି ସାରଳା ଦାସ ସଂସ୍କୃତି ଭବନ ଠାରେ  ପିଏମ କିସାନ ସମ୍ମାନନିଧିର ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସମ୍ବିତ କୁମାର ରାଉତ ଙ୍କ ଅଧ୍ୟକ୍ଷତା ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ସାଂସଦ ଶ୍ରୀ ବିଭୁ ପ୍ରସାଦ ତରାଇ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନନୀୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ମନୋଜ କୁମାର ଭୋଇ ଯୋଗଦେଇ ଥିଲେ।

ଏହି ଅବସରରେ ଉପସ୍ଥିତ ସମସ୍ତ ଅତିଥିବୃନ୍ଦ ଏବଂ ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଚାଷୀମାନେ ଗୁଜରାଟ ଠାରୁ ଆଭାସୀ ମାଧ୍ୟମରେ ସିଧା ପ୍ରସାରଣ ହେଉଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦେଖିଥିଲେ । ଏହି ଅବସରରେ ଜଗତସିଂହପୁର ଜିଲ୍ଲାର ମୋଟ ୧,୨୨,୧୫୯ ଜଣ ଚାଷୀଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ହସ୍ତାନ୍ତର ହୋଇଛି ବୋଲି କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏଠାରେ ସୂଚନା ଥାଉ କି, କୃଷକମାନଙ୍କ ଆର୍ଥିକ ଆବଶ୍ୟକତା ପୂରଣ କରିବା ପାଇଁ  ପି-ଏମ କିଷାନ ଯୋଜନା ଏକ କଲ୍ୟାଣକାରୀ ଯୋଜନା। ଏହି ଯୋଜନାରେ ଚାଷୀଙ୍କୁ ସହାୟତା ରାଶି ଭାବରେ ବର୍ଷକୁ ୬୦୦୦ ଟଙ୍କା ତିନି ଗୋଟି କିସ୍ତି ମାଧ୍ୟମରେ ପ୍ରଦାନ କରାଯାଇ ଥାଏ।

ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବିଭୁଦତ୍ତ ସାହୁ,କେ.ଭି.କେ ବୈଜ୍ଞାନିକ,କୃଷି ଜିଲ୍ଲା ଅଧିକାରୀ,ଜଗତସିଂହପୁର  ବ୍ଲକ୍ କୃଷି ଅଧିକାରୀ  ମାନେ ପ୍ରମୁଖ ଉପସ୍ଥିତ ଥିଲେ।

-0-

ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଙ୍କ ସୌଜନ୍ୟ ରୁ

Leave a Reply

Your email address will not be published. Required fields are marked *